ରାଜ୍ୟରେ ଆସନ୍ତା ୨୭ରୁ ୨୯ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଓ ଘଡଘଡି ସହ ବର୍ଷା ହୋଇପାରେ । ୨୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବରେ ୨୭ରୁ ୨୯ ତାରିଖ ମଧ୍ୟରେ ରାଜ୍ୟରେ ଭଲ ବର୍ଷା ହେବ । ଲଘୁଚାପ ପ୍ରଭାବରେ ୨୭ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି, ଘଡଘଡି ସହ ବର୍ଷା ହେବ । କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୮ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ୨୯ ତାରିଖରେ କେନ୍ଦୁଝର, ଢେଙ୍କାନାଳ, କେନ୍ଦ୍ରାପଡା, ଅନୁଗୁଳ, କଟକ, ସମ୍ବଲପୁର ଓ ବରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

ସମ୍ବନ୍ଧିତ ଖବର