ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା, ୮ଟି ଜିଲ୍ଲାରେ ହୋଇପାରେ କାଳବୈଶାଖୀ ବର୍ଷା

ଏଥର ଶୁଖିଲା ରଜ ! ଜୁନ ୧୫ ପରେ ଆସିପାରେ ମୌସୁମୀ

ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗତ କିଛି ଦିନ ହେବ ବର୍ଷା ହେବାରେ ଲାଗିଛି। ବର୍ଷା ହେବାରୁ ରାଜ୍ୟବାସୀ ଗରମରୁ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେତକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ବର୍ଷା ସମୟରେ ପବନର ଗେବ ୬୦-୭୦ ମଧ୍ୟରେ ରହିପାରେ ବୋଲି ପୂର୍ବାନୁମାନ ହୋଇଛି। ରାଜ୍ୟର କେନ୍ଦୁଝର,ମୟୁରଭଞ୍ଜ, କନ୍ଧମାଳ, ଗଜପତି, ରାୟଗଡ଼ା,ସୁନ୍ଦରଗଡ଼, କୋରାପୁଟ, ଗଞ୍ଜାମ ଆଦି ଜିଲ୍ଲାରେ ଏହି କାଳବୈଶାଖୀ ପ୍ରଭାବରେ କେତକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।  ସେଥିପାଇଁ ଏହି ସମୟରେ ଘରୁ ବାହାରିବା ବିପଦପୂର୍ଣ୍ଣ ରହିଛି। ଚଳିତ ବର୍ଷ ବଜ୍ରାଘାତରେ ବହୁ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେଣୁ ବିଜୁଳି ମାରୁଥିବା ସମୟରେ ବୈଦ୍ୟୁତିକ ସାମଗ୍ରୀ ବ୍ୟବହାର କରିବାରେ ସତର୍କତା ଅବଲମ୍ବନ କରିବା ଆବଶ୍ୟକ ରହିଛି। ଏତଦ୍‌ବ୍ୟତୀତ ମତ୍ସ୍ୟଜୀବୀମାନଙ୍କୁ ସୁମଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

publive-image

ସେହିପରି ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବା ସହିତ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବେଗରେ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଟିଟଲାଗଡ଼ରେ ସର୍ବାଧିକ ତାପମାତ୍ର ୪୨.୫ ଡିଗ୍ରୀ ଥିବା ବେଳେ ଫୁଲବାଣୀରେ ୧୭.୦ ଡିଗ୍ରୀ ସର୍ବନିମ୍ନ ତାପମାତ୍ର ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe