ଘନ କୁହୁଡ଼ି ନେଇ ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା

ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗର ପୂର୍ବାନୁମାନ ଏବଂ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ଦୁଇ ଦିନ ଧରି ରାଜ୍ୟର ଅନେକ ଜିଲ୍ଲାରେ ଘନ କୁହୁଡ଼ି ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଛି...

Dense fog in odisha

Dense fog in odisha

ଭୁବନେଶ୍ୱର: ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗର ପୂର୍ବାନୁମାନ ଏବଂ ସତର୍କ ସୂଚନା ଜାରି କରାଯାଇଛି। 

ଆସନ୍ତା ଦୁଇ ଦିନ ଧରି ରାଜ୍ୟର ଅନେକ ଜିଲ୍ଲାରେ ଘନ କୁହୁଡ଼ି ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଛି।  

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଜାନୁଆରି ୧୮ର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ, କେନ୍ଦୁଝରଗଡ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଏବଂ ଝାରସୁଗୁଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ଅଧିକ ରହିଥିବା କୁହାଯାଇଛି।

ଜାନୁଆରି ୧୭ ସକାଳ ସାଢ଼େ ୮ଟାରୁ ଜାନୁଆରି ୧୮ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝରଗଡ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଏବଂ ଝାରସୁଗୁଡା ଜିଲ୍ଲା ରହିଛି। ଏସବୁ ଜିଲ୍ଲାର ‌ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ଅଧିକ ରହିଛି।

ଅଧିକ ପଢ଼ନ୍ତୁ: କାଇପଦର ଅଞ୍ଚଳରୁ ଏଚ୍‌ଏମପିଭି ଆକ୍ରାନ୍ତ ଚିହ୍ନଟ ଗୁଜବ ନେଇ ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା

ସେହିପରି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ ଏବଂ ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।

ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଅଧିକ ପଢ଼ନ୍ତୁ: ଏତେ କୋଟିର ମାଲିକ ବଲିଉଡ ଷ୍ଟାର ସୈଫ୍ ଅଲୀ ଖାନ୍

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe