ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ (୨୦ ତାରିଖ ଶନିବାର ଦିନ ୧ଟା୩୦ରୁ ୨୧ ତାରିଖ ରବିବାର ସକାଳ ୮ଟା୩୦ ସୁଦ୍ଧା) ରାଜ୍ୟର ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଅନୁଗୁଳ, ଢ଼େଙ୍କାନାଳ, ନୂଆପଡା, ସମ୍ବଲପୁର, ସୋନପୁର ଏବଂ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

publive-image

ଏଥିସହ ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ଏବଂ ଝଡ଼ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହଥିିବାରୁ ଏହି ସାତଟି ଜିଲ୍ଲା ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

publive-image

ସେହିପରି ୨୧ ତାରିଖ ରବିବାର ସକାଳ ୮ଟା୩୦ରୁ ୨୨ତାରିଖ ସୋମବାର ସକାଳା ୮ଟା ୩୦ ପର୍ଯ୍ୟନ୍ତ ରାଜ୍ୟର ବରଗଡ଼, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, କୋରାପୁଟ ଏବଂ ରାୟାଗଡ଼ା ଜିଲ୍ଳାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବଜ୍ରପାତ ହେବାର ସମ୍ଭାବନା ସହ କାଳବୈଶାଖୀର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଗତକାଲି (ଶୁକ୍ରବାର) ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ଭୁବନେଶ୍ୱର ଏବଂ ବାରିପଦା ଠାରେ ସର୍ବାଧିକ ତାପମାତ୍ରା ୩୯.୨ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୭.୦୦ ଡିଗ୍ରି ସୁନ୍ଦରଗଡ଼ ଠାରେ ରେକର୍ଡ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe