ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା

ଆସନ୍ତା ୨୦ ତାରିଖ ଯାଏ ଓଡ଼ିଶାର କାଁ ଭାଁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା

Odishatv

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ବୈଦ୍ଧ, ସୋନପୁର ଏବଂ କଳାହାଣ୍ଡି।

ଏହି ଜିଲ୍ଲାର କେତେକ ଅଞ୍ଚଳରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ୪୦ ରୁ ୫୦ କିମି ରହିବ। ରାଜଧାନୀ ଭୁବନେଶ୍ୱରର ଆକାଶ କାଉଁଳିଆ ରହିବ ବୋଲି ପୂର୍ବାନୁମାନ ହୋଇଛି। ରାଜଧାନୀର ତାପମାତ୍ର ୨୪ ଡିଗ୍ରି ସେଲ୍‌ସିୟସ୍‌ରୁ ୨୮ ଡିଗ୍ରି ସେଲ୍‌ସିୟସ୍‌ ଭିତରେ ରହିବ ବୋଲି ଜାଣିବାକୁ ମିଳିଛି।

publive-image Odisha Sun Times

ଏହି ଜିଲ୍ଲାଗୁଡ଼ିକ ମଧ୍ୟରୁ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ବରଗଡ଼, ବଲାଙ୍ଗୀର ଓ ନୂଆପଡ଼ାକୁ ଅରେଞ୍ଜ  ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, ଭଦ୍ରକ, ଜଗତ୍‌ସିଂହପୁର, ପୁରୀ, ବୌଦ୍ଧ, ସୋନପୁର ଏବଂ କଳାହାଣ୍ଡିରେ ଏଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ପବନର ବେଗ ସାମାନ୍ୟ ଅଧିକା ରହିବାକୁ ଥିବା ହେତୁ ପାଣିପାଗ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀ ଓ ଚାଷୀ ଭାଇମାନଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ବର୍ଷା ଘଡ଼ଘଡ଼ି ସମୟରେ ଘରୁ ବାହାରକୁ ନ ବାହାରିବାକୁ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe