ଆଜିଠୁ ଉପକୂଳରେ ଟାଣ ଖରା, ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

Advertisment
ଅଂଶୁଘାତଜନିତ ମୃତ୍ୟୁ ପାଇଁ ତୁରନ୍ତ ସହାୟତା

ଭୁବନେଶ୍ବର : ଗତକାଲି ଉପକୂଳ ଓଡ଼ିଶା ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ସୋମବାର ଦିନ ଦୁର୍ବଳ ହୋଇଛି। ଫଳରେ ଉପକୂଳରେ ସୋମବାର ଦିନ ପାଗ ଖରାଟିଆ ରହିଥିଲା। ଏବେ ଉପକୂଳର ତାପମାତ୍ରା ଅପେକ୍ଷାକୃତ କମ୍‌ ରହିଥିବା ‌ବେଳେ ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶା‌ରେ ଅଧିକ ରହିଛି। ସୋମବାର ଦିନ ରାଜ୍ୟର ୧୦ ସହର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଥିଲା। ଟିଟିଲାଗଡ଼ ଓ ବୌଦ୍ଧରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୨.୫ ଡିଗ୍ରି ରେକର୍ଡ ହୋଇଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ତେବେ ଉପକୂଳରେ ତାପମାତ୍ରା ୨ରୁ ୩ ଡିଗ୍ରି ଯାଏ ବୃଦ୍ଧି ପାଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜିଠାରୁ ଉପକୂଳ ଜିଲ୍ଲାଗୁଡ଼ିକରେ ଟାଣ ଖରା ହେବ ବୋଲି ଜଣାପଡ଼ିଛି।

ପାଣିପାଗ କେନ୍ଦ୍ର କହିଛି ଯେ ଆସନ୍ତା ୨ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ଆଜି ଉତ୍ତର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ୪୦ରୁ ୫୦କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହେବ। ସେହିଭଳି ୨୫ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଣୁ ପାଣିପାଗ କେନ୍ଦ୍ର ଏହି ଦୁଇ ଜିଲ୍ଲା ପାଣି ୟେଲୋୱାର୍ଣ୍ଣିଂ ଜାରି କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe