୨୧ରୁ ପୁଣି ବର୍ଷିବ, ରାଜ୍ୟରେ ଆସନ୍ତା ୨ ଦିନ ପାଗ ଶୁଖିଲା

୨୧ରୁ ପୁଣି ବର୍ଷିବ, ରାଜ୍ୟରେ ଆସନ୍ତା ୨ ଦିନ ପାଗ ଶୁଖିଲା

Image Courtesy of The Indian Express

ଭୁବନେଶ୍ବର : ଓଡ଼ିଶା ଉପରେ ପାଣିପାଗର କୌଣସି ନିୟାମକ ସକ୍ରିୟ ନଥିବାରୁ ଆସନ୍ତା ୨ ଦିନ ରାଜ୍ୟର ପାଗ ଶୁଖିଲା ଓ ଖରାଟିଆ ରହିବ। କିଛି ସ୍ଥାନରେ ସ୍ବଳ୍ପ ବର୍ଷାର ବି ସମ୍ଭାବନା ରହିଛି। ତେବେ ୨୧ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

publive-image Outlook India

ପାଣିପାଗ କେନ୍ଦ୍ର କହିଛି ଯେ ଆସନ୍ତା ୨ ଦିନ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ୨୧ ତାରିଖରୁ କିନ୍ତୁ ରାଜ୍ୟରେ ବର୍ଷା‌ର ପ୍ରଭାବ ପୁଣି ଆରମ୍ଭ ହୋଇଯିବ। ବିଶେଷ କରି ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, କଟକ ଓ ଗଞ୍ଜାମ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏଣୁ ଏହିସବୁ ଜିଲ୍ଲା ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ୨୨ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେ‌ଲୋ ୱାର୍ଣ୍ଣିଂ ଜାରି ହୋଇଛି।

publive-image India Mike

ସୋମବାର ଦିନ ଭୁବନେଶ୍ବରରେ ପାଗ ମେଘୁଆ ରହିଥିବା ବେଳେ ମଝିରେ ମଝିରେ ଖରା ମଧ୍ୟ ହୋଇଥିଲା। ଆଜି ମଧ୍ୟ ରାଜଧାନୀ ସମେତ ଏହାର ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବା ସହ ମଝିରେ ମଝିରେ ବର୍ଷା ମଧ୍ୟ ହୋଇପାରେ। ଆଜି ରାଜଧାନୀ ଓ ଆଖପାଖ ଅଞ୍ଚଳର ସର୍ବୋଚ୍ଚ ତାପମାତ୍ରା ୩୧ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ମଧ୍ୟରେ ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe