ଭୁବନେଶ୍ବର : ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବ। ଆସନ୍ତା ୫ ତାରିଖଠାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ପାଣିପାଗ କେନ୍ଦ୍ର କହିଛନ୍ତି ଯେ ଆସନ୍ତା ଦୁଇ ଦିନ ଧରି ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ଅଗଷ୍ଟ ୫ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା, ୬ ତାରିଖ ସକାଳଠାରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଜଗତ୍ସିଂହପୁରର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୭ ତାରିଖଠାରୁ ବର୍ଷା ପରିମାଣ ବଢ଼ିବ। ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଧା, ଜଗତ୍ସିଂହପୁର, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ଦୁଇ ଦିନ ଧରି ଦିନର ସର୍ବୋଚ୍ଚ ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରି ଅଧିକ ରହିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/05/Monsoon.jpg)