ଆଜିଠୁ ରାଜ୍ୟରେ କୋହଲା ପାଗ, କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ଠାରୁ ରାଜ୍ୟରେ କୋହଲା ପାଗ ହେବ। କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଏପରିକି ୭ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ, ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ରାୟଗଡ଼ା, ଗଜପତି, କୋରାପୁଟରେ ହାଲୁକା ବର୍ଷା ହୋଇପାରେ। ସେହିପରି ବୁଧବାର ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୂଆପଡ଼ା, ବରଗଡ଼ରେ ହାଲୁକା ବର୍ଷା ହେବ। କିନ୍ତୁ ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, କନ୍ଧମାଳ, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ଖୋର୍ଦ୍ଧାରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ହେବ। ଶୁକ୍ରବାର ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ଅନୁଗୁଳ, କନ୍ଧମାଳ, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ଢେଙ୍କାନାଳ, କଟକରେ ୩୦ରୁ ୪୦କିମି ବେଗରେ ପବନ ବହିବା ସହ ବର୍ଷା ହେବ। ଶନିବାର କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଢେଙ୍କାନାଳରେ ୩୦ରୁ ୪୦କିମି ବେଗରେ ପବନ ବହିବା ସହ ବର୍ଷା ହେବ। ଏହାପରେ ପାଗରେ କିଛି ପରିବର୍ତ୍ତନ ହୋଇପାରେ। ହେଲେ ୩ରୁ ୪ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପ୍ରକାରର ପରିବର୍ତ୍ତନ ହେବନି।

ଅପରପକ୍ଷେ ଆଜି ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୩୫ଡିଗ୍ରି ରେକର୍ଡ ହୋଇଥିବା ବେଳେ କୋରାପୁଟରେ ସବୁଠୁ କମ୍ ୨୯ଡିଗ୍ରି ରେକର୍ଡ ହୋଇଛି। ରାଜ୍ୟର ବାକି ସ୍ଥାନରେ ପାରଦ ୩୦ଡିଗ୍ରି ଉପରେ ରହିଥିଲା।

ସମ୍ବନ୍ଧିତ ଖବର