ଆଜିଠାରୁ ରାଜ୍ୟରେ ୩ ଦିନ କାଳବୈଶାଖୀ, ୧୦ ତାରିଖଠାରୁ ପୁଣି ତାପମାତ୍ରା ବଢ଼ିବ
ଭୁବନେଶ୍ବର : ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା କମିଥିବା ବେଳେ ଆଜି ପୁଣିଥରେ ପାରଦ ସ୍ତର ବଢ଼ିଛି। ଆସନ୍ତାକାଲି ମଧ୍ୟ ତାପମାତ୍ରା ୨ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ତେବେ ଉପର ବେଳାଠାରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାପମାତ୍ରା ସେତେ ବଢ଼ିବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି।
Sambad is now on WhatsApp
Join and get latest news updates delivered to you via WhatsApp
କେନ୍ଦ୍ରର ଆକଳନ ଅନୁଯାୟୀ, ୭ ତାରିଖ ଉପର ବେଳାଠାରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ବଲପୁର ଆଦି ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିସହ ୮ତାରିଖ ଦିନ କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, କେନ୍ଦୁଝର, ସୁନ୍ଦରଗଡ଼, ସୋନପୁର ଓ ମୟୂରଭଞ୍ଜରେ କାଳବୈଶାଖୀର ସମ୍ଭାବନା ରହିଛି। ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ସମୟରେ ତାପମାତ୍ରା କମିବ। ତେବେ ୧୦ ତାରିଖଠାରୁ ପୁଣି ତାପମାତ୍ରା ବଢ଼ିବ।