୧୨ ଯାଏ ରାଜ୍ୟରେ କାଳବୈଶାଖୀ, ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବ

ଭୁବନେଶ୍ୱର : ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଦିନ ଓ ରାତିର ତାପମାତ୍ରାରେ ସେଭଳି କୌଣସି ପରିବର୍ତ୍ତନ ହେବ ନାହିଁ। ତେବେ ୧୨ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବ। ପରିସ୍ଥିତିକୁ ଦୃଷ୍ଟିରେ ରଖି କିଛି ଜିଲ୍ଲା ପାଇଁ ୧୨ ତାରିଖ ପର୍ଯ୍ୟନ୍ତ ସତର୍କ ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ଯେ ଏବେ ପାଗ ଶୁଖିଲା ରହିବ। ତାପମାତ୍ରା ବିଶେଷ ବୃଦ୍ଧି ପାଇବ ନାହିଁ। ତେବେ ୯ ତାରିଖରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ସୁନ୍ଦରଗଡ, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲାର କେତେକ ସ୍ଥାନରେ ଘଡଘଡି ସହ ବଜ୍ରପାତ ଓ ୪୦ କିମି ବେଗରେ ପବନ ବହିବ। ୧୦ ତାରିଖରେ ଉପକୂଳ ଓଡ଼ିଶା ସମେତ ରାୟଗଡା, କୋରାପୁଟ, କନ୍ଧମାଳ ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ୧୧ରେ ଦକ୍ଷିଣ ଓଡିଶା ସମେତ ମୟୁରଭଞ୍ଜ ଓ ବାଲେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୧୨ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର