ସପ୍ତାହେ ଯାଏ ଲାଗିରହିବ କାଳବୈଶାଖୀ, ୨୪ରୁ ୨୭ ପର୍ଯ୍ୟନ୍ତ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ସପ୍ତାହେ ଯାଏ ଲାଗିରହିବ କାଳବୈଶାଖୀ, ୨୪ରୁ ୨୭ ପର୍ଯ୍ୟନ୍ତ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

MetWeather

ଭୁବନେଶ୍ୱର : ପୂର୍ବ ମଧ୍ୟ ପ୍ରଦେଶ ଉପରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଆସନ୍ତା ସପ୍ତାହକ ଯାଏ ଓଡ଼ିଶାରେ କାଳବୈଶାଖୀ ଜାରି ରହିବ। ଉତ୍ତର ଓ ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ପବନ ହେବ। ସ୍ଥାନେ ସ୍ଥାନେ ବଜ୍ରପାତ ହେବ। ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ଜିଲ୍ଲାରେ ଝଡ଼ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣଂ ଜାରି କରାଯାଇଛି। ପରିସ୍ଥିତି ଉପରେ ଦୃଷ୍ଟି ରଖିବାକୁ ପରାମର୍ଶ ଦିଆଯାଇଛି।

ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ୨୩ ଓ ୨୪ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଅନୁଗୁଳ, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହୋଇପାରେ। ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। ୨୪ ଓ ୨୫ ତାରିଖରେ ୧୦ ଜିଲ୍ଲା ପାଇଁ ଅରେଞ୍ଜ ଓ ୯ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣଂ ଜାରି ହୋଇଛି। ଉପକୂଳ ଓଡିଶାର ସମସ୍ତ ଜିଲ୍ଲା ସମେତ ଉତ୍ତର ଓଡ଼ିଶା, ଅନୁଗୁଳ, ଦେବଗଡ଼ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ। କେତେକ ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ହେବ। ଏହି ସମୟରେ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ କିଛି ମାତ୍ରାରେ କମ ରହିବ। ୨୬ ତାରିଖରେ ଜଗତସିଂହପୁର, ପୁରୀ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଅଧିକ ରହିବ। ୨୭ ତାରିଖରେ ସମ୍ବଲପୁର, ସୋନପୁର, ଝାରସୁଗୁଡା, ବରଗଡ଼, ଗଜପତି, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବ ଅଧିକ ରହିବ। ଆସନ୍ତା ୫ ଦିନ ପାଇଁ ସର୍ବୋଚ୍ଚ ତାପମାତ୍ରାରେ ସେଭଳି ପରିବର୍ତ୍ତନ ହେବନି। ତାପମାତ୍ରା ସ୍ୱାଭାବିକ ଠାରୁ ୩ ଡିଗ୍ରି କମ ରହିବ ବୋଲି ଆକଳନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି। ତେବେ ଆଜି ଦିନ ସମୟରେ କୌଣସି ସ୍ଥାନରେ ବର୍ଷା ହୋଇ ନ ଥିବା ଜଣାପଡିଛି। ମାଲକାନଗିରିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରି ରେକର୍ଡ କରାଯାଇଛି। ଅନ୍ୟ ସମସ୍ତ ସହରରେ ତାପମାତ୍ରା ୪୦ ଡିଗ୍ରି ତଳେ ରହିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe