ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟରେ ବଢ଼ିବ ତାତି

ତାତି ଅସମ୍ଭାଳ : ଅଂଶୁଘାତ ଆଶଙ୍କା, ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

InfodariAnda

ଭୁବନେଶ୍ୱର : ମେ’ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସ୍ଥାନେ ସ୍ଥାନେ ଘଡଘଡି ସହ ବଜ୍ରପାତ ଓ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲା ସମେତ ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶାର ଗୋଟିଏ ଦୁଇଟି ଜିଲ୍ଲାରେ କାଳବୈଶାଖୀର ପ୍ରକୋପ ରହିବ। ତେବେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରା ୩ରୁ ୪ ଡିଗ୍ରି ଓ ଉପକୂଳ ଓଡ଼ିଶାରେ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଉତ୍ତର ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ନୂଆପଡା ଓ ବଲାଙ୍ଗୀର ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଗୁରୁବାର ଅପରାହ୍ନରୁ ଶୁକ୍ରବାର ସକାଳ ମଧ୍ୟରେ ଉପକୂଳ ଓଡ଼ିଶା ସମେତ କୋରାପୁଟ, ରାୟଗଡା ଓ ଗଜପତି ଜିଲ୍ଲା, ଶୁକ୍ରବାର ଅପରାହ୍ନରୁ ଶନିବାର ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡ଼ିଶା ସମେତ ବଲାଙ୍ଗୀର, ସୋନପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ଘଡଘଡି ସହ ବଜ୍ରପାତ ଓ ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ଏହାପର ଦୁଇ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆକଳନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ସହରର ତାପମାତ୍ରା ୪୦ ଡିଗ୍ରି ତଳେ ଥିବା ବେଳେ ଫୁଲବାଣୀ, କେନ୍ଦୁଝର, ବାଲେଶ୍ଵର, ବାରିପଦା, ଚାନ୍ଦବାଲି, କଟକ, ଭୁବନେଶ୍ୱର ଓ ଅନୁଗୁଳ ସହରରେ ସ୍ବଳ୍ପରୁ ମାଧ୍ୟମଧରଣର ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe