୨୫ ଯାଏ ପାଗ ଥଣ୍ଡା, ଆଶ୍ୱସ୍ତି ଆଣିଲା କାଳବୈଶାଖୀ

Advertisment
ଆଗାମୀ ୨୪ ଘଣ୍ଟା ଯାଏଁ ରାଜ୍ୟର ପାଗ ଶୁଖିଲା ରହିବ, କୌଣସି ସତର୍କ ସୂଚନା ନାହିଁ

ଭୁବନେଶ୍ବର : ୪ ଦିନ ହେଲା ଭୀଷଣ ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହେଉଥିବା ରାଜ୍ୟବାସୀଙ୍କୁ କାଳ‌ବୈଶାଖୀ ସାମାନ୍ୟ ଆଶ୍ବସ୍ତ କରିଛି। ଶୁକ୍ରବାର ମଧ୍ୟାହ୍ନରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ କିଛି କିଛି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହୋଇଛି। ଏବେ ରାଜ୍ୟରେ କାଳବୈଶାଖୀ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଛି। ତେଣୁ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି ସ୍ଥିତି ଜାରି ରହିବ। ପାଗ ଥଣ୍ଡା ରହିବ ଓ ୩ ଦିନ ପରେ ସାମ୍ଭାବ୍ୟ ବାତ୍ୟା ଯୋଗୁଁ ହେବାକୁ ଥିବା ପ୍ରବଳ ବର୍ଷା ପାଇଁ ତାପମାତ୍ରା ପ୍ରାୟ ୪ ଡିଗ୍ରି ପର୍ଯ୍ୟନ୍ତ କମିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଶୁକ୍ରବାର ଅପରାହ୍‌ଣରେ ସମଗ୍ର ଉପକୂଳ ଯଥା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହୋଇଥିବା ବେଳେ ଗଞ୍ଜାମ, ଗଜପତି, କନ୍ଧମାଳ, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଯାଇଛି। ଆଜି ମଧ୍ୟ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ତେଣୁ ଏହି ୧୧ ଜିଲ୍ଲା ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୩ ତାରିଖ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ। ୨୪ ତାରିଖ ଦିନ ବି ରାଜ୍ୟର କିଛି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ୨୫ ତାରିଖ ଦିନ ସାମ୍ଭାବ୍ୟ ବାତ୍ୟା ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ। ଉପକୂଳବର୍ତ୍ତୀ ଜିଲ୍ଲା ଯଥା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ ଓ ଖୋର୍ଧା ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ଗଞ୍ଜାମ, ଢେଙ୍କାନାଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏ ସବୁ ଜିଲ୍ଲାରେ ସତର୍କ ରହିବା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe