ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି, ଅକ୍ଟୋବର ୧ପର୍ଯ୍ୟନ୍ତ ୧୧ଜିଲ୍ଲାରେ ହେବ ପ୍ରବଳ ବର୍ଷା

Advertisment
ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି, ଅକ୍ଟୋବର ୧ପର୍ଯ୍ୟନ୍ତ ୧୧ଜିଲ୍ଲାରେ ହେବ ପ୍ରବଳ ବର୍ଷା

ନୂଆଦିଲ୍ଲୀ: ଉତ୍ତର-ପୂର୍ବ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତର ଋପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଏହାର ପ୍ରଭାବରେ ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୧ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ସହ ବିଭିନ୍ନ ରାଜ୍ୟ ପାଇଁ ୟେଲୋ ଏବଂ ଅରେଞ୍ଜ ୱାର୍ଣ୍ଣିଂ  ଜାରି କରାଯାଇଛି । ସେପ୍ଟେମ୍ବର ୨୯ରେ ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡା ପାଇଁ ୟେଲୋ ୱାର୍ଣ୍ଣିଂ  ଜାରି କରାଯାଇଥିବା ବେଳେ ଏହି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହ ସେପ୍ଟେମ୍ବର ୨୯- ୩୦ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଏହି ୩ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ଦେଓଗଡ଼, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ ଢ଼େଙ୍କାନାଳ ପାଇଁ ୟେଲୋ ୱାର୍ଣ୍ଣିଂ  ଜାରି କରାଯାଇଛି।

publive-image Mint

ସେପ୍ଟେମ୍ବର ୩ରୁ  ଅକ୍ଟୋବର ୧ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା ଏବଂ ବରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେବା ସହ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ  ଜାରି କରିଛି ପାଣିପାଗ ବିଭ‌ାଗ। ତେବେ ଅକ୍ଟୋବର ୧ ପରେ ପାଗ ସୁଖିଲା ରହିବ ବୋଲି ଆକଳନ କରାଯାଇଛି। ବର୍ଷା ସାଙ୍ଗକୁ ପବନର ବେଗ ବଢ଼ିବ ବୋଲି କୁହାଯାଉଥିବା ବେଳେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe