ଅକ୍ଟୋବର ୧୭-୨୦ପର୍ଯ୍ୟନ୍ତ ୧୯ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଅକ୍ଟୋବର ୧୭-୨୦ପର୍ଯ୍ୟନ୍ତ ୧୯ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଉତ୍ତର ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବସ୍ଥିତ ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବସ୍ଥିତ। ତଟୀୟ ଘୂର୍ଣ୍ଣିବଳୟ ଏବେ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଉଚ୍ଚତା ସହିତ ଦକ୍ଷିଣ ପଶ୍ଚିମ ଆଡକୁ ଢ଼ଳି ରହିଛି। ଏହାରି ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ, ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ବର୍ଷା ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି।

publive-image Hindustan Times

ଆଗକୁ ମଧ୍ୟ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଅକ୍ଟୋବର ୧୭-୨୦ପର୍ଯ୍ୟନ୍ତ ୧୯ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୯ଟି ଜିଲ୍ଲା ମଧ୍ୟରେ ରହିଛନ୍ତି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ,ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ସୁନ୍ଦରଗଡ଼। ଅକ୍ଟୋବର ୨୦ ପରେ ବର୍ଷାର ପରିମାଣ କମିବ ବୋଲି ଆକଳନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe