୧୩ ପରେ ଏହି ସବୁ ସ୍ଥାନରେ ପ୍ରବଳ ବର୍ଷିବ ବର୍ଷା

Advertisment
ଆସନ୍ତା ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିବ ବର୍ଷା

odishasuntimes.com

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କୌଣସି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ନାହିଁ। ତଥାପି କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ୧୧ରୁ ୧୨ ତାରିଖ ମଧ୍ୟରେ ଝାରସୁଗୁଡା, ସମ୍ବଲପୁର, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, କଟକ, ଯାଜପୁର, ଭଦ୍ରକ, ଖୋର୍ଦ୍ଧା, କନ୍ଧମାଳ ଓ ନୟାଗଡ଼ ଆଦି ଜିଲ୍ଲାରେ ବିଜୁଳି ସହିତ ଘଡ଼ଘଡ଼ି ଏବଂ ସ୍ୱଳ୍ପ ବର୍ଷା ସମ୍ଭାବନା ରହିଛି।

ଏତଦ୍‌ବ୍ୟତୀତ ୧୨ରୁ ୧୩ ତାରିଖ ଯାଏଁ ଉତ୍ତର ଓ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି। ୧୪ରୁ ୧୫ ତାରିଖ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ମଲକାନଗିରି, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭବାନା ରହିଛି। ୧୫ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe