ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ହୋଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି, ଗଞ୍ଜାମ ଓ କନ୍ଧମାଳ। ତେବେ, ପାଣିପାଗ ବିଭାଗ ପକ୍ଷରୁ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟତିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ଆଶଙ୍କା ରହିଥିବା ସତର୍କ ସୂଚନା ଜାରି କରାଯାଇଛି।

moneycontrol.com

ଆସନ୍ତା ପାଞ୍ଚ ଦିନ ମଧ୍ୟରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ଳାଗି ରହିବ ବୋଲି ସୂଚନା ରହିଛି। ଆଜି
ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି, ଗଞ୍ଜାମ ଓ କନ୍ଧମାଳରେ ଘଡ଼ଘଡ଼ି ସହ ବର୍ଷା ହେବା ସୂଚନା ରହିଥିବା ବେଳେ ଆସନ୍ତାକାଲି ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ, କଳାହାଣ୍ଡୀ ଓ ବୈଦ୍ଧ ଆଦିରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାକୁ ଥିବା ଜିଳ୍ଲାଗୁଡ଼ିକରେ କୃଷକମାନଙ୍କୁ ସେ ସମୟରେ ବିଲକୁ ନ ଯିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ମତ୍ସଜୀବୀମାନଙ୍କୁ ମଧ୍ୟ ସମୁଦ୍ର ଭିତରକୁ ଯାଇ ମତ୍ସ୍ୟ ଧରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ମନା କରାଯାଇଛି।

ସମ୍ବନ୍ଧିତ ଖବର