ଭୁବନେଶ୍ୱର: ରାଜ୍ୟର ୧୧ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ । ୧୧ଟି ଜିଲ୍ଲାର ଗୋଟେ କିମ୍ବା ଦୁଇଟି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ।
ଆଜି ଅପରାହ୍ଣରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ରବିବାର ସନ୍ଧ୍ୟା ସୁଦ୍ଧା ଉପକୂଳ ଓଡିଶା, ଅନୁଗୁଳ, ସୁନ୍ଦରଗଡ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ରାୟାଗଡା, ନୁଆପଡାର ଗୋଟେ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।
ସେହିଭଳି ଭାବେ ରାଜ୍ୟର ୧୧ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି | କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କଟକ, ପୁରୀ, ରାୟଗଡା, ଗଜପତି, କନ୍ଧମାଳ, କଳାହାଣ୍ଡି, କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।