ଆସୁଛି ଆଉ ଏକ ଲଘୁଚାପ : ୩ ଦିନ ବର୍ଷିବ, ଜାଣନ୍ତୁ କେଉଁ ଦିନ କେଉଁ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ବର: ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ଦେଢକିମି ଉଚ୍ଚତାରେ ବାୟୁମଣ୍ଡଳ ପର୍ଯ୍ୟନ୍ତ ବ୍ୟାପିଛି । ପରବର୍ତ୍ତୀ ସମୟରେ ଏହି ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବ ଓଡ଼ିଶାରେ ବିଶେଷ ପଡ଼ିବ ନାହିଁ । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ କାଁ ଭାଁ ବର୍ଷା ହୋଇପାରେ, କିନ୍ତୁ ତାମିଲନାଡୁ ଉପରେ ଅଧିକ ପ୍ରଭାବ ପକାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏହାର ପ୍ରଭାବରେ ୨୮ତାରିଖରୁ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ଏନେଇ ଆକଳନ କରାଯାଇଛି । ୨୮ରେ ଗଜପତି, ଗଞ୍ଜାମ, ପୁରୀ, ରାୟଗଡା ଓ କୋରାପୁଟର କେତେକ ସ୍ଥାନରେ ବିଜୁଶି ଘଡଘଡି ସହ ବର୍ଷା ହୋଇପାରେ । ୨୯ରେ ଗଜପତି, ଗଞ୍ଜାମ, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବ । ସେହିପରି ୩୦ରେ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

ସମ୍ବନ୍ଧିତ ଖବର