ସକ୍ରିୟ ଘୂର୍ଣ୍ଣିବଳୟ: ୩୬ ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପ

Advertisment
ସକ୍ରିୟ ଘୂର୍ଣ୍ଣିବଳୟ: ୩୬ ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପ

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଆଗାମୀ ୩୬ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୁଳ ସମୁଦ୍ର ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି।  ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

publive-image Image Courtesy of Zee News

ସୂଚନାଯୋଗ୍ୟ, ଗୁରୁବାର ଦିନ ଏକ ଲଘୁଚାପବଳୟ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି। ଏହା ଅଧିକ ଘନୀଭୂତ ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳ ଉପରେ ରହିବ। ଏହା ପ୍ରଭାବରେ ରାଜ୍ୟରେ ଆଜିଠାରୁ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ। ୧୦ ଓ ୧୧ ତାରିଖରେ ଲଘୁଚାପର ପ୍ରଭାବ ସର୍ବାଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ୧୦ ତାରିଖରେ ୧୧ ଜିଲ୍ଲା, ୧୧ ତାରିଖରେ ୧୦ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe