ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ

Advertisment
ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର: ଗତକାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି | ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି | ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି | ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରର (ୱେଲମାର୍କଡ୍ ଲୋପ୍ରେସର ଏରିଆ) ରୂପ ନେବ। ଏହା ୨୬ ତାରିଖ ଆଡ଼କୁ ଆହୁରି ଘନୀଭୂତ ହେବ ଓ ଅବପାତର ରୂପ ନେବ।

ଫଳରେ ରାଜ୍ୟରେ ଆସନ୍ତାକାଲିଠାରୁ ପ୍ରବଳ ବର୍ଷିବ ବୋଲି ସତର୍କ କରାଯାଇଛି। ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଆଜି ପ୍ରବଳରୁ ଅତିପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୟାଗଡ଼, ଖୋର୍ଧା, କଟକ, ଜଗତସିଂହପୁର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୬ ତାରିଖ ଦିନ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀରରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ରାଜ୍ୟର ଅବଶିଷ୍ଠ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହୁଛି। ଆସନ୍ତା ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବାର ସମ୍ଭାବନା ରହୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe