ଭୁବନେଶ୍ୱର: ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଗତକାଲି (ବୁଧବାର) ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ସକ୍ରିୟ ରହିଛି। ଏହା ଘନୀଭୂତ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ଏହା ସକ୍ରିୟ ରହିଛି। ବର୍ତ୍ତମାନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୁଦୃଶ୍ୟ ଲଘୁଚାପ କେନ୍ଦ୍ରୀଭୂତ ରହିଛି । ଏହା ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି। ଆସନ୍ତା ୨ ଦିନ ମଧ୍ୟରେ ଏହା ଓଡ଼ିଶା ଓ ଛତିଶଗଡ଼ ଅତିକ୍ରମ କରିବାର ସମ୍ଭାବନା ରହିଛି।
ଫଳରେ ଆସନ୍ତା ୨ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ୧୫ ସେପ୍ଟେମ୍ବର, ଶୁକ୍ରବାର ଅପରାହ୍ନ ମଧ୍ୟରେ ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷର (୨୦ ସେମିରୁ ଅଧିକ), ୯ ଜିଲ୍ଲାରେ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ଓ ୬ ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି।
/sambad/media/post_attachments/wp-content/uploads/2023/09/A1-12-scaled.jpg)
୬ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ
ଏହି ସମୟ ମଧ୍ୟରେ ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ଼, ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଲାଲ୍ ଚେତାବନୀ ବା ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
୯ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ
ସେହିପରି ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, କଟକ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ନୟାଗଡ଼, ଯାଜପୁର ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୨ ସେମି) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ଗୁରୁବାର) ସକାଳୁ ଆକାଶ ମେଘୁଆ ରହିଛି। ତେବେ, ଟୁଇନ୍ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/08/Red-Warning-in-Many-District-of-Odisha-on-Rain_Weather_Thumbnail.jpg)