ଭୁବନେଶ୍ବର: ଜାନୁଆରି ମାସରେ ପଶ୍ଚିମାଝଡ଼ର ପ୍ରଭାବ ଅଧିକ ରହିବ। ଏହା ଯୋଗୁ ଶୀତ କମିବା ସହିତ ବର୍ଷାର ପରିମାଣ ଅଧିକ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଜାନୁଆରି ମାସରେ ସ୍ଵାଭାବିକ ଶୀତ ଅପେକ୍ଷା ପଶ୍ଚିମାଝଡ଼ର ପ୍ରଭାବ ଅଧିକ ରହିବ।
କୋହଲା ପାଗ ସହ ବର୍ଷା ହେବ ଏବଂ ଶୀତ କମିଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶୀତ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳ ସହିତ ଉପକୂଳରେ ବଢ଼ିବାର ସମ୍ଭାବନା ରହିଛି।
ରାଜ୍ୟର କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବୌଦ୍ଧ, ସୋନପୁର ସମେତ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାରେ ଶୀତ ବଢ଼ିବ। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ କୁହୁଡ଼ି ଦୃଶ୍ୟମାନ ହେବ।
ଅଧିକ ପଢ଼ନ୍ତୁ: ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା
କନ୍ଧମାଳ ଓ ଅନୁଗୁଳ ଜିଲ୍ଲାରେ ଘନ କୁହୁଡ଼ି ନେଇ ଭୁବନେଶ୍ବର ଅଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅପରପକ୍ଷରେ କେନ୍ଦୁଝର, ମୟୁରଭଞ୍ଜ,ଢେଙ୍କାନାଳ, ଯାଜପୁର, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କଳାହାଣ୍ଡି ଓ ନୟାଗଡ଼ରେ କୁହୁଡି କମ୍ ଦୃଶ୍ୟମାନ ହେବ। ଜାନୁଆରିରେ ଶୀତର ପ୍ରକୋପ ରହିବ ବୋଲି ବିଭାଗ ପୂର୍ବାନୁମାନ କରିଛି।
ଆଗାମୀ ୭ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ସହିତ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଅଧିକ ପଢ଼ନ୍ତୁ: ନୂଆବର୍ଷରେ ଚାଷୀଙ୍କୁ ବଡ଼ ଉପହାର ଦେଲେ ମୋଦୀ ସରକାର