ଭୁବନେଶ୍ବର: ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛ ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା ଓ ନୂଆପଡ଼ା।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଦ୍ବିତୀୟ ଦିନରେ କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତୃତୀୟ ଦିନରେ ରାୟଗଡ଼, କଳାହାଣ୍ଡି, ଗଜପତି ଓ ନୂଆପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ ହେବାର ପୂର୍ବାନୁମାନ ହୋଇଛି। ଏହି ସବୁ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Kalinga TVଉଲ୍ଲେଖଯୋଗ୍ୟ, ବଙ୍ଗୋପସାଗରର ଉପକୂଳରେ ଏକ ସାଇକ୍ଲୋନିକ୍ ପ୍ରବାହ ଅବସ୍ଥିତ ହୋଇଛି ଏବଂ ଏହା ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ପର୍ଯ୍ୟନ୍ତ ବିସ୍ତାର ହୋଇଛି। ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଗୁଚାପ ଆସନ୍ତାକାଲି ସ୍ପଷ୍ଟ ରୂପ ନେବ।
Follow Us