ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବା ପରେ ଖୋର୍ଦ୍ଧା ପର୍ଯ୍ୟନ୍ତ କାହିଁକି ଦୌଡିଲେ ମନ୍ମଥ ରାଉତରାୟ ?

ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବା ପରେ ଖୋର୍ଦ୍ଧା ପର୍ଯ୍ୟନ୍ତ କାହିଁକି ଦୌଡିଲେ ମନ୍ମଥ ରାଉତରାୟ ?

ଭୁବନେଶ୍ୱର: ଭୁବନେଶ୍ୱର ଲୋକସଭା ଆସନରୁ ବିଜେଡିର ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହା ପୂର୍ବରୁ ଗୁରୁବାର ସକାଳୁ ମନ୍ମଥଙ୍କୁ ନେଇ ରାଜନୈତିକ ମହଲ ତଥା ସୋସିଆଲ ମିଡ଼ିଆରେ ଚର୍ଚ୍ଚା ଆରମ୍ଭ ହୋଇଛି।

ନାମାଙ୍କନ ପତ୍ର ଦାଖଲ କରିବା ପୂର୍ବରୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି। ପ୍ରଭୁଙ୍କ ଦର୍ଶନ ସମୟରେ ସେ ଶଙ୍ଖ ଫୁଙ୍କିବା ସହ ପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ। ଏହାପରେ ମନ୍ମଥ ଶ୍ରୀଲିଙ୍ଗରାଜ ମନ୍ଦିରଠାରୁ ଖୋର୍ଦ୍ଧା ପର୍ଯ୍ୟନ୍ତ ଦୌଡିଛନ୍ତି।

publive-image

ତାଙ୍କ ସହ ତାଙ୍କର ସମର୍ଥକମାନେ ମଧ୍ୟ ଯାଉଥିବାର ଦେଖାଯାଇଛି। ସେ ଗୁରୁବାର ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିବେ। ମନ୍ମଥ ରାଉତରାୟ କାହିଁକି ଦୌଡ଼ିଛନ୍ତି ଏହାକୁ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe