୧୨ରୁ ଲେଉଟିବ ଥଣ୍ଡା, ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରି ହ୍ରାସ ପାଇବ

ଭୁବନେଶ୍ବର : ଆସନ୍ତା ୧୧ ତାରିଖ ସକାଳ ସୁଦ୍ଧା ଉତ୍ତର ଓ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୦ ତାରିଖ ପୂର୍ବାହ୍ନ ମଧ୍ୟରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବ। ଏଥିସହ ଗୁରୁବାର ସକାଳ ସମୟରେ ଉପକୂଳ ଓଡ଼ିଶା ସମେତ ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲ୍ଲାର କିଛି ସ୍ଥାନରେ କୁହୁଡ଼ି ପଡ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଆହୁରି କୁହାଯାଇଛି ଯେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରାରେ ସେଭଳି ପରିବର୍ତନ ହେବ ନାହିଁ। ମାତ୍ର ପରବର୍ତୀ ୩ ଦିନରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରି ହ୍ରାସ ପାଇବ।

ସମ୍ବନ୍ଧିତ ଖବର