ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ହାଲକା ବର୍ଷା ହେବାର ଆଶଙ୍କା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ରହିପାରେ ବୋଲି ରବିବାର ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ଅନୁଗୁଳ, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାର କେତେକ ସ୍ଥାନରେ ସନ୍ଧ୍ୟାରେ ବିଜୁଳି ଓ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି।
News Nationକାଳବୈଶାଖୀ ବର୍ଷା ସହ ବଜ୍ରପାତ ଆଶଙ୍କା ଥିବା ହେତୁ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ଅନୁଗୁଳ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ବାସିନ୍ଦାମାନଙ୍କୁ ସେ ସମୟରେ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହ ଧୂଳିଝଡ଼ ଓ ହାଲକା ବର୍ଷାର ସମ୍ଭାବନା ରହିଛି। ୨୪ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
Follow Us