ଏସବୁ ଜିଲ୍ଲାରେ ସନ୍ଧ୍ୟାରେ ୩୦ରୁ ୪୦କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହେବାର ଆଶଙ୍କା

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ୬ଟି ଜିଲ୍ଲାରେ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ରହିପାରେ ବୋଲି ଶନିବାର ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି।

ବଜ୍ରପାତ ଆଶଙ୍କା ଥିବା ହେତୁ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲାର ବାସିନ୍ଦାମାନଙ୍କୁ ସେ ସମୟରେ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

The Hindu

୧୯ରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ ଓ ୨୧ରେ କୋରାପୁଟ, ନବରଙ୍ଗପୁର, ମୟୁରଭଞ୍ଜ, ଗଜପତି, ଗଞ୍ଜାମ ଓ ବାଲେଶ୍ୱର ଆଦି ଜିଲ୍ଲାରେ କାଳବୈଶଖୀ ସହିତ ହାଲକା ବର୍ଷା ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସମ୍ବନ୍ଧିତ ଖବର