ଶୀତ କମିବ: ଘନ କୁହୁଡ଼ି ପାଇଁ ସତର୍କ ସୂଚନା ଜାରି

ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାରେ ରାତିର ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରି ସେଲସିୟସ ବୃଦ୍ଧି ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ସୂଚନା ପ୍ରଦାନ କରାଯାଇଛି...

Winter will subside: Warning for dense fog continues

Winter will subside: Warning for dense fog continues

ଭୁବନେଶ୍ୱର: ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାରେ ରାତିର ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରି ସେଲସିୟସ ବୃଦ୍ଧି ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ସୂଚନା ପ୍ରଦାନ କରାଯାଇଛି।  ଫଳରେ ଶୀତ କମିବ, କିନ୍ତୁ ଘନ କୁହୁଡ଼ି ଜାରି ରହିବ ବୋଲି ପାଣିପାରଗ ବିଭାଗ ପକ୍ଷରୁ କୁହାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ତାପମାତ୍ରାସ୍ତରରେ ସାମାନ୍ୟ ବୃଦ୍ଧି ଘଟିଛି । ଜି ଉଦୟଗିରିର ସର୍ବନିମ୍ନ ତାପମାତ୍ରା ୫.୪ ଡିଗ୍ରି ସେଲସିୟସ ରହିଛି। ଏହା ରାଜ୍ୟର ସବୁଠାରୁ ଶୀତଳ ଅଞ୍ଚଳ ପାଲଟିଛି।

ଗୋଟିଏ ଦିନ ପୂର୍ବରୁ ଜି ଉଦୟଗିରିର ତାପମାତ୍ରା ୪.୨ ଡିଗ୍ରି ସେଲସିୟସ ଥିଲା। ସେମିଳିଗୁଡାର ତାପମାତ୍ରା ୬.୬ ଡିଗ୍ରି ସେଲସିୟସ ରହିଥିଲା। ଏହା ରାଜ୍ୟର ସର୍ବନିମ୍ନ ତାପମାତ୍ରା ଥିବା ଦ୍ୱିତୀୟ ଅଞ୍ଚଳ ପାଲଟିଥିଲା। 

ସେହିପରି ଫୁଲବାଣୀର ତାପମାତ୍ରା ୯ ଡିଗ୍ରି ସେଲସିୟସ, ରାଉରକେଲା ଏବଂ ଝାରସୁଗୁଡ଼ା ୧୦.୨  ଡିଗ୍ରି ସେଲସିୟସ ଥିବାବେଳେ  ଦାରିଙ୍ଗବାଡିର ତାପମାତ୍ରା ୧୧ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଥିଲା।

ଭୁବନେଶ୍ୱର ଏବଂ କଟକ ଟୁଇନ୍ ସିଟିରେ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ୧୪.୪ ଏବଂ ୧୪.୮ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଛି।  ସାତ ଦିନ ପାଇଁ ଟୁଇନ୍ ସିଟିରେ ରାତିର ତାପମାତ୍ରା ୧୪ରୁ ୧୫ ଡିଗ୍ରି ସେଲସିୟସ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଜାନୁଆରି ୨୪ ସକାଳ ପର୍ଯ୍ୟନ୍ତ ଜଗତସିଂହପୁର, କେନ୍ଦ୍ରାପଡା ଏବଂ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।  

ଅଧିକ ପଢ଼ନ୍ତୁ: ଭାରତ-ଇଂଲଣ୍ଡ କ୍ରିକେଟ୍ ମ୍ୟାଚ୍‌ର ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

ସକାଳ ସମୟରେ ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ,ଝାରସୁଗୁଡା ଏବଂ ସୁନ୍ଦରଗଡରେ ଘନ କୁହୁଡ଼ି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। 

ଅଧିକ ପଢ଼ନ୍ତୁ: ପୁଣି ଖେଳ ଆରମ୍ଭ କଲେ ନୀତିଶ, ଏହି ରାଜ୍ୟରେ ସରକାରରୁ ଓହରିଲେ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe