ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହ୍ବାନ ଅସୁସ୍ଥ

Advertisment
ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହ୍ବାନ ଅସୁସ୍ଥ

ଭୁବନେଶ୍ବର : ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ସୁବାସ ଚୌହ୍ବାନ ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ସ୍ବାସ୍ଥ୍ୟବସ୍ଥା ଉଦବେଗଜନକ ଥିବା ସୂଚନା ମିଳିଛି। ବରିଷ୍ଠ ଡାକ୍ତରଙ୍କୁ ନେଇ ଗଠିତ ଏକ ଟିମ୍ ତାଙ୍କର ଚିକିତ୍ସା କରୁଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡ଼ିଛି।

ଗତ ବର୍ଷ ସେପଟେମ୍ବର ମାସରେ ସୁବାସ ଚୌହ୍ଵାନ ପଶ୍ଚିମ ଓଡ଼ିଶାର ବିକାଶ ପରିଷଦର ଅଧ୍ୟକ୍ଷ ରୂପେ ନିଯୁକ୍ତି ପାଇଥିଲେ। ଶ୍ରୀ ଚୌହ୍ଵାନ ଗତ ସାଧାରଣ ନିର୍ବାଚନର ଅବ୍ୟବହିତ ପୂର୍ବରୁ ବିଜେପି ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ। ୨୦୧୪ ନିର୍ବାଚନରେ ସେ ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀରୁ ବିଜେପିର ସାଂସଦ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିଥିଲେ। କିନ୍ତୁ ଚଳିତ ଥର ଦଳୀୟ ଟିକେଟ୍‌ରୁ ବଞ୍ଚିତ ହେବା ପରେ ସେ ବିଜେପି ଛାଡ଼ିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe