ଦେବଗଡ଼ : ଦେବଗଡ଼ ଜିଲ୍ଲା ବାରକୋଟ ଥାନା ଭକ୍ତବଡ଼କୁଦର ଗ୍ରାମରେ ଗୁରୁବାର ଏକ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନାନୁସାରେ ଆଜି ସକାଳେ ଗାଁର କୁବେର ନାଏକଙ୍କ ସ୍ତ୍ରୀ ରମ୍ଭା ନାଏକ (୪୦) ଶୌଚ ପାଇଁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ। ସେଠାରେ ଏକ ଦନ୍ତା ହାତୀ ହଠାତ ତାଙ୍କୁ ଆକ୍ରମଣ କରିଥିଲା। ତାଙ୍କର ଚିତ୍କାର ଶୁଣି ଗ୍ରାମବାସୀମାନେ ଜଙ୍ଗଲରେ ପହଞ୍ଚି ରମ୍ଭାଙ୍କୁ ଗୁରୁତର ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ବାରକୋଟ ଡାକ୍ତରଖାନାକୁ ନେଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହ ଏକ ମାମଲା ରୁଜୁ କରିଛି।
ଦେବଗଡ଼ : ଦନ୍ତା ହାତୀ ଆକ୍ରମଣରେ ମହିଳା ମୃତ
/sambad/media/post_attachments/wp-content/uploads/2019/10/elephant-attack-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)