ସାପ କାମୁଡ଼ାରେ ମହିଳା ମୃତ

କେନ୍ଦୁଝର: କେନ୍ଦୁଝର ସଦର ଥାନା ଅନ୍ତର୍ଗତ ଜାମୁଡିହା ଗ୍ରାମର  ନବକିଶୋର ନାଏକଙ୍କ ସ୍ତ୍ରୀ ମାଳତୀ ନାଏକ(୫୦)ଙ୍କର ସାପ କାମୁଡାରେ ମୃତ୍ୟୁ ଘଟିଛି। ଗତକାଲି ରାତି ପାଖାପାଖି ୨ଟା ବେଳେ ଘରେ ଶୋଇଥିବା ଅବସ୍ଥାରେ ଏକ ବିଷାକ୍ତ ସାପ ମାଳତୀଙ୍କୁ କାମୁଡି ଦେଇଥିଲା।  ପରିବାର ଲୋକେ ତାଙ୍କୁ  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ସୁଦ୍ଧା ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳ ୭ଟାରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ସଦର ପୁଲିସ ପହଞ୍ଚି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ଏକ ଅପମୃତ  ମାମଲା ରୁଜୁ କରାଯାଇଛି।

ସମ୍ବନ୍ଧିତ ଖବର