ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନର ନାମଫଳକ ଓଡ଼ିଆରେ ସ୍ପଷ୍ଟ ଭାବେ ଲେଖନ୍ତୁ: ଶ୍ରମମନ୍ତ୍ରୀ

Advertisment

ଓଡ଼ିଆ ପକ୍ଷ ପାଳନ ଅବସରରେ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ପକ୍ଷରୁ ଆଜି ମାଷ୍ଟର୍‌କ୍ୟାଣ୍ଟିନ ଛକରେ ଓଡ଼ିଆରେ ନାମଫଳକ ଅଭିଯାନ ସଚେତନତା ପଦଯାତ୍ରା ଆୟୋଜିତ ହୋଇଛି। ମୁଖ୍ୟ ଅତିଥି ଭାବେ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା, ଜଙ୍ଗଲ...

ଓଡ଼ିଆ ପକ୍ଷ ପାଳନ ଅବସରରେ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ପକ୍ଷରୁ ଆଜି ମାଷ୍ଟର୍‌କ୍ୟାଣ୍ଟିନ ଛକରେ ଓଡ଼ିଆରେ ନାମଫଳକ ଅଭିଯାନ ସଚେତନତା ପଦଯାତ୍ରା ଆୟୋଜିତ ହୋଇଛି। ମୁଖ୍ୟ ଅତିଥି ଭାବେ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା, ଜଙ୍ଗଲ...

aasxzx

ଭୁବନେଶ୍ବର: ଓଡ଼ିଆ ପକ୍ଷ ପାଳନ ଅବସରରେ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ପକ୍ଷରୁ ଆଜି ମାଷ୍ଟର୍‌କ୍ୟାଣ୍ଟିନ ଛକରେ ଓଡ଼ିଆରେ ନାମଫଳକ ଅଭିଯାନ ସଚେତନତା ପଦଯାତ୍ରା ଆୟୋଜିତ ହୋଇଛି। ମୁଖ୍ୟ ଅତିଥି ଭାବେ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ପଦଯାତ୍ରାକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଶ୍ରୀ ସିଂଖୁଣ୍ଟିଆ କହିଲେ, ମାତୃଭାଷା ହେଉଛି ଗୋଟିଏ ଜାତିର ଅସ୍ତିତ୍ୱ ଓ ଭବିଷ୍ୟତ। ଏଣୁ ଆମ ମାତୃଭାଷା ଓଡ଼ିଆର ବ୍ୟାପକ ପ୍ରଚାରପ୍ରସାର ଓ ସଠିକ୍‌ ବ୍ୟବହାର ଉପରେ ରାଜ୍ୟ ସରକାର ବିଶେଷ ପଦକ୍ଷେପ ନେଉଛନ୍ତି। ଏହି ଅବସରରେ ରାଜ୍ୟର ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନର ନାମଫଳକ ସ୍ପଷ୍ଟ ଭାବେ ଓଡ଼ିଆ ଭାଷାରେ ଲେଖିବା ସୁନିଶ୍ଚିତ କରିବା ପାଇଁ ସାରା ରାଜ୍ୟରେ ବ୍ୟାପକ ଅଭିଯାନ ଆରମ୍ଭ ହୋଇଛି ବୋଲି କହିଥିଲେ।

ଓଡ଼ିଆରେ ନାମଫଳକ ଅଭିଯାନ ସଚେତନତା ପଦଯାତ୍ରା

ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଆଇନ (୧୯୫୬) ଅନୁଯାୟୀ ଓଡ଼ିଆ ଭାଷାରେ ସ୍ପଷ୍ଟ ଭାବରେ ନାମଫଳକ ଲେଖିବା ବାଧ୍ୟତାମୂଳକ। ଯେଉଁମାନେ ଏହି ନିୟମର ଉଲ୍ଲଂଘନ କରିବେ ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯେଉଁମାନେ ଏପର୍ଯ୍ୟନ୍ତ ନିଜର ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ଲେଖି ନାହାନ୍ତି, ସେମାନେ ଯଥାଶୀଘ୍ର ଏଥିପ୍ରତି ଯତ୍ନବାନ ହୁଅନ୍ତୁ ବୋଲି ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ପଦଯାତ୍ରାରେ ଶ୍ରମ ଆୟୁକ୍ତ ଇନ୍ଦ୍ରମଣି ତ୍ରିପାଠୀ, ବିଭାଗୀୟ ଅତିରିକ୍ତ ଶାସନ ସଚିବ ରାଜେଶ ଅଗ୍ରୱାଲ, ଡିଭିଜନାଲ ଶ୍ରମ ଆୟୁକ୍ତ ଅଜୟ କୁମାର ପ୍ରଧାନ, ଯୁଗ୍ମଶ୍ରମ ଆୟୁକ୍ତ ପ୍ରଣବ କୁମାର ପାତ୍ର, ଅତିରିକ୍ତ ଶ୍ରମ ଆୟୁକ୍ତ ଘାସିରାମ ଟୁଡୁ ଓ ମଦନମୋହନ ପାଇକ, ଖୋର୍ଦ୍ଧା ଉପଜିଲ୍ଲାପାଳ ମନୋରଞ୍ଜନ ସାହୁ, ଖୋର୍ଦ୍ଧା ଜିଲ୍ଲା ଶ୍ରମ ଅଧିକାରୀ ପ୍ରଭାକର ବିଶ୍ୱାଳ, ଭୁବନେଶ୍ୱର ଶ୍ରମ କାର୍ଯ୍ୟାଳୟର ଅଧିକାରୀଙ୍କ ସମେତ ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନର ପ୍ରତିନିଧି ଓ ଶ୍ରମିକ ସଂଗଠନର ସଦସ୍ୟ ପ୍ରମୁଖ ଅଂଶଗ୍ରହଣ କରିଥିଲେ। ମାଷ୍ଟର୍‌କ୍ୟାଣ୍ଟିନ ଛକରୁ ରାମ ମନ୍ଦିର ଓ ପୁନଶ୍ଚ ରାମ ମନ୍ଦିର ଛକଠାରୁ ମାଷ୍ଟର କ୍ୟାଣ୍ଟିନ ପର୍ଯ୍ୟନ୍ତ ପଦଯାତ୍ରା ଯାଇଥିଲା। ଅନୁରୂପ ଭାବେ ନୂଆପଲ୍ଲୀ ଦୁର୍ଗାମଣ୍ଡପ, ଲିଙ୍ଗରାଜ ଷ୍ଟେସନ୍‌ ଓ କଳ୍ପନା ଛକଠାରେ ଅଭିଯାନ ସମ୍ବନ୍ଧିତ ସଚେତନତା ସୃ‌ଷ୍ଟି କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe