୭ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ସାମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ରାଜ୍ୟର ୭ଟି ଜିଲ୍ଲାକୁ ଭାରତୀୟ ପାଣିପାଗ ବିଭାଗ ୟେଲୋ ଆଲର୍ଟ ଜାରି କରିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରାୟଗଡ଼ା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୁରଭଞ୍ଜ ରହିଛି। ଏହି ୭ଟି ଜିଲ୍ଲାରେ ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ଆଭ୍ୟନ୍ତରୀଣ ଓଡ଼ିଶାରେ ଝଡ଼ ତୋଫାନ୍‌ ସହ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ ବି କରାଯାଇଛି।

ସେହିପରି ରାତି ୮.୩୦ ସୁନ୍ଧା ରାଜ୍ୟର ୧୪ଟି ଜିଲ୍ଲାରେ ବର୍ଷା ସହ ଭୀଷଣ ବଜ୍ରପାତ ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡା, ଅନୁଗୁଳ, ଢ଼େଙ୍କାନାଳ, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼,ନୟାଗଡ଼, ଖୋର୍ଦ୍ଧା ଓ କଟକ ରହିଛି। ତେଣୁ ଏହି ଜିଲ୍ଲାର ବାସିନ୍ଦାଙ୍କୁ ବଜ୍ରପାତ ଓ ବର୍ଷା ସମୟରେ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସତର୍କ ସୂଚନା ଜାରି କରିଛନ୍ତି।

ସମ୍ବନ୍ଧିତ ଖବର