ବଜ୍ରପାତ ଆଶଙ୍କା ନେଇ୧୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡ଼ା,ବାଲେଶ୍ୱର ଓ ମୟୁରଭଞ୍ଜ ଆଦି ରହିଛି। ଏହି ଜିଲ୍ଲାର ବାସିନ୍ଦାଙ୍କୁ ବଜ୍ରପାତ ସମୟରେ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ  ସୂଚନା ଦିଆଯାଇଛି।

ପୁଣି ରାଜ୍ୟରେ ୩ରୁ ୪ ତାରିଖ ମଧ୍ୟରେ ବଜ୍ରପାତ ଆଶଙ୍କା ରହିଛି। ଏହାକୁ ନେଇ ନବରଙ୍ଗପୁର, କଳାହାଣ୍ଡି,ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡା, ଦେବଗଡ଼, କେନ୍ଦୁଝର,ମୟୁରଭଞ୍ଜ, ପୁରୀ, ଜଗତସିଂହପୁର ଓ ଖୋର୍ଦ୍ଧା ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୩ରୁ ୪ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ନବରଙ୍ଗପୁର, ନୂଆପଡ଼ା,ବରଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୪ରୁ୫ ତାରିଖ ମଧ୍ୟରେ ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ, କେନ୍ଦୁଝର,ମୟୁରଭଞ୍ଜ,ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଗଞ୍ଜାମ ଓ ଖୋର୍ଦ୍ଧା ଆଦି ଜିଲ୍ଲାକୁ ବି ବଜ୍ରପାତ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର