ବଜ୍ରପାତ ଆଶଙ୍କା ନେଇ ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ବଜ୍ରପାତ ଆଶଙ୍କା ନେଇ ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

gme.com

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଊର୍ଧ୍ୱ ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଥିବା ନେଇ ରବିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା ଓ କଟକ ରହିଛି।

ଆସନ୍ତା ଅକ୍ଟୋବର ୨୮ରୁ ୨୯ ତାରିଖ ମଧ୍ୟରେ ବି ଅନେକ ଜିଲ୍ଲାରେ ବଜ୍ରପାତ ଅଶଙ୍କା ରହିଛି। ଏଥିପାଇଁ ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାକୁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

୨୯ ତାରିଖରୁ ପାଗମୁଖ୍ୟତଃ ଶୁଖିଲା ରହିବ। ବର୍ତ୍ତମାନ ସୁଦ୍ଧା ରାଜ୍ୟର ଗୋପାଳପୁରରେ ସର୍ବାଧିକ ତାପମାତ୍ରା ୩୧.୮ଡିଗ୍ରି ସେଲସିୟସ୍‌ ଥିବାବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୩.୫ ଡିଗ୍ରି ସେଲସିୟସ୍‌ ତାପମାତ୍ରା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟରୁ ଜଣାପଡ଼ିଛି। ଏଥିସହିତ କନ୍ଧମାଳରେ ୬ମିମି, ଗଞ୍ଜାମରେ ୬ମିମି, କୋରାପୁଟରେ ୨ ମିମି, ନୟାଗଡ଼ରେ ୨ମିମି, ରାୟଗଡ଼ାରେ ୧ମିମି ବର୍ଷା ରେକର୍ଡ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe