ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ରବିବାର ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କଳାହାଣ୍ଡି, ପୁରୀ ଓ ମୟୁରଭଞ୍ଜ ଆଦି ରହିଛି।
/sambad/media/post_attachments/wp-content/uploads/2019/09/201731-rain-300x180.jpg)
ଅଗଷ୍ଟ ୨ରୁ ୩ ତାରିଖ ମଧ୍ୟରେ ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ଅରେଞ୍ଜ ଓ୍ଵାର୍ଣ୍ଣିଂ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି। ସେହିପରି ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର, ସୋନପୁର, ବରଗଡ଼, ଢ଼େଙ୍କାନାଳ, ଅନୁଗୁଳ, କଟକ, ମୟୁରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଏସମସ୍ତ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି।
/sambad/media/post_attachments/wp-content/uploads/2019/09/city-rain-dh-1549743826-300x200.jpg)
ଅଗଷ୍ଟ ୩ରୁ ୪ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡା, କେନ୍ଦୁଝର, ବରଗଡ଼, ସମ୍ବଲପୁର, ଢ଼େଙ୍କାନାଳ, ମୟୁରଭଞ୍ଜ, ଦେବଗଡ଼, ସୋନପୁର, ବଲାଙ୍ଗୀର, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲା ସମେତ ନୂଆପଡା, ବରଗଡ଼, ଝାରସୁଗୁଡା, ସୋନପୁର, ସୁନ୍ଦରଗଡ଼, କେନ୍ଦୁଝର ଓ କୋରାପୁଟ ଆଦି ଜିଲ୍ଲାକୁ ବି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/09/download-2.jpg)