୧୪ ଓ ୧୫ରେ ପ୍ରବଳରୁ ଅତିପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

Advertisment
ଆସୁଛି ଦୁଇଟି ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା, ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ

sciencing.com

ଭୁବନେଶ୍ବର : ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ତଥା ସଂଲଗ୍ନ ଅଞ୍ଚଳ ଉପରେ ରବିବାର ରହିଥିବା ଲଘୁଚାପ ବଳୟ ସୋମବାର ଦିନ ଓଡ଼ିଶା ଉପକୂଳସ୍ଥ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୪ ଦିନ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ହେବ। ୧୪ ଓ ୧୫ ତାରିଖ ରାଜ୍ୟରେ ବର୍ଷା ବିତ୍ପାତ କରିବ। ଆଜି ରାଜ୍ୟର ୧୫ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ବିଶେଷ କରି କଟକ, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ବୌଦ୍ଧ, ନୂଆପଡ଼ା, ଯାଜପୁର, ନୟାଗଡ଼, ଭଦ୍ରକ, ବଲାଙ୍ଗୀର, ସୋନପୁର, ପୁରୀ, ଖୋର୍ଧା ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା‌ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୧୫ ତାରିଖ ଯାଏ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନାକୁ ନେଇ ୱାର୍ଣ୍ଣିଂ ଜାରି କରାଯାଇଛି।

publive-image

ପାଣିପାଗ କେନ୍ଦ୍ର କହିଛି ଯେ ଆସନ୍ତା ୧୩ ତାରିଖ ଦିନ ବର୍ଷାର ପ୍ରଭାବ କମିବ। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଯାଜପୁର, ମାଲକାନଗିରି, କେନ୍ଦୁଝର, ବାଲେଶ୍ବର, ଯାଜପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର ‌କେତେକ ସ୍ଥାନ ପ୍ରବଳ ବର୍ଷା ହେବ। ୧୪ ତାରିଖରୁ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ। ଭଦ୍ରକ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ। ସେଦିନ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ଗଜପତି ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ୧୫ ତାରିଖ ଦିନ ମଧ୍ୟ ଭୀଷଣ ବର୍ଷିବାର ସମ୍ଭାବନା ରହିଛି। ଆଜି ରାଜଧାନୀର ଆକାଶ ମେଘାଚ୍ଛନ୍ନ ଥିବା ବେଳେ ବର୍ଷା ମଧ୍ୟ ହୋଇଥିଲା। ଆସନ୍ତାକାଲି ମଧ୍ୟ ରାଜଧାନୀର ପାଗ ମେଘୁଆ ରହିବ ଓ ମଝିରେ ମଝିରେ ବର୍ଷାର ବି ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe