ପ୍ରବଳ ବର୍ଷା ଓ ବଜ୍ରପାତ ଆଶଙ୍କା ଥିବା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଭୁବନେଶ୍ବର:  ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ପୂର୍ବାନୁମାନରେ ୧୧ ଜିଲ୍ଲାକୁ ସତର୍କ ଘଣ୍ଟି । ଆସନ୍ତାକାଲି ସୁଦ୍ଧା ରାଜ୍ୟର ୧୧ ଜିଲ୍ଲାକୁ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପରାମର୍ଶ ଦେଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, କନ୍ଧମାଳ ଏବଂ ଯାଜପୁର ଭଳି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ବିପଦ ଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

କେନ୍ଦ୍ରର ସୂଚନା ଅନୁଯାୟୀ, ୨୨ ତାରିଖ ଦିନ ସୁନ୍ଦରଗଡ଼, ଦେବଗଡ଼, ସୋନପୁର, ସମ୍ବଲପୁର, ବୌଦ୍ଧ ଓ ମୟୂରଭଞ୍ଜ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ସୁନ୍ଦରଗଡ଼, ଦେବଗଡ଼, ସୋନ୍‌ପୁର, ସମ୍ବଲପୁର, ବୌଦ୍ଧ, ମୟୂରଭଞ୍ଜ, ଝାରସୁଗୁଡ଼ା, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ବାଲେଶ୍ବରର ଗୋଟିଏ କିମ୍ବା ୨ଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଏଥିପାଇଁ ଜିଲ୍ଲାଗୁଡ଼ିକରେ କେନ୍ଦ୍ର ପକ୍ଷରୁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୩ ତାରିଖ ଦିନ ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା ଓ କେନ୍ଦୁଝର ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ଏସବୁ ଜିଲ୍ଲା ପାଇଁ ମଧ୍ୟ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର