୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀ; ୨୭ରୁ ପୁଣି ବଢ଼ିବ ବର୍ଷାର ବିସ୍ତୃତି

Advertisment
୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀ; ୨୭ରୁ ପୁଣି ବଢ଼ିବ ବର୍ଷାର ବିସ୍ତୃତି

ଭୁବନେଶ୍ୱର: ରାଜ୍ୟ ଉପରେ ସଂପ୍ରତି ଏକ ନିମ୍ନଚାପ ରେଖା ସକ୍ରିୟ ରହିଛି। ଏହାର ପ୍ରଭାବରେ ଉପକୂଳ ଓଡିଶା ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ମେଘୁଆ ପାଗ ସହ ଲାଗିରହିଛି ହାଲୁକାରୁ ମାଧ୍ୟମ ଧରଣର ବର୍ଷା। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

୧୬ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ

publive-image

ପାଣିପାଗ ବିଭାଗର ବିଶ୍ଳେଷଣ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୪ ତାରିଖ ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବିଜୁଳି ଘଡଘଡି ମାରିବାର ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ପାଇଁ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଂଶିକ ମେଘୁଆ ଆକାଶ ସହିତ ମଧ୍ୟମ ବର୍ଷା କିମ୍ବା କାଳବୈଶାଖୀର ସମ୍ଭାବନା ରହିଛି।

୨୭ରୁ ପୁଣି ବଢ଼ିବ ବର୍ଷାର ବିସ୍ତୃତି

୨୭ ସେପ୍ଟେଟରରୁ ରାଜ୍ୟରେ ପୁଣି ବଢିବ ବର୍ଷାର ବିସ୍ତୃତି!

publive-image

୨୭ରେ ଗଞ୍ଜାମ, ଗଜପତି, ପୁରୀ ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe