୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ମିଆଁମାର ଉପକୂଳରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ପତ୍ତନ ଠାରୁ ୪.୫ କିଲୋମିଟରରୁ ୫.୮ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁଯାଯାଇଛି।

publive-image

ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୩ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ପ୍ରଭୃତି ୧୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

publive-image

ସେହିପରିି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ଆଶିଂକ ମେଘୁଆ ରହିବା ସହ ହାଲୁକା ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe