ପ୍ରବଳ ବର୍ଷା ପାଇଁ ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା .ହେବ ବୋଲି ଶନିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ରହିଛି। ଏହି ସବୁ ଜିଲ୍ଲା  ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ନେଇ ସତର୍କ ସୂଚନା ଜାରି କରାଯାଇଛି।

ଅଗଷ୍ଟ ୧ରୁ ୨ ତାରିଖ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କଳହାଣ୍ଡି ଆଦି ଜିଲ୍ଲାକୁ ବି ୟେଲୋ ଓ୍ଵାର୍ଣ୍ଣଂ ଜାରି କରାଯାଇଛି। ଗଜପତି, ଗଞ୍ଜାମ, କନ୍ଧମାଳ, ମୟୁରଭଞ୍ଜ, ପୁରୀ ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭବନା ରହିଛି।

ଅଗଷ୍ଟ ୨ରୁ ୩ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଓ ରାୟଗଡ଼ା ଆଦି ଜିଲ୍ଲାକୁ ଓରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କନ୍ଧମାଳ, ପୁରୀ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା,କଟକ,ଢ଼େଙ୍କାନାଳ, ଜଗତସିଂହପୁର, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ସମ୍ବଲପୁର ଓ ମୟୁରଭଞ୍ଜ ଆଦି ଜିଲ୍ଲାକୁ ବି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର