ବଜ୍ରପାତ ଆଶଙ୍କା;୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ଟି ଜିଲ୍ଲାକୁ ବଜ୍ରପାତ ଆଶଙ୍କା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ରହିଛି। ଏହି ୯ଟି ଜିଲ୍ଲାକୁ ବଜ୍ରପାତ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହିତ ଏହି ସମୟରେ ବୈଦ୍ୟୁତିକ ଉପକରଣ ବ୍ୟବହାରରୁ ଦୂରେଇ ରହିବାକୁ ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ପରାମର୍ଶ ଦିଆଯାଇଛି।

ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ଗଜପତି, ଗଞ୍ଜାମ, କୋରାପୁଟ, ସୁନ୍ଦରଗଡ଼,କେନ୍ଦୁଝର ଓ ପୁରୀ ଆଦି ଜିଲ୍ଲାକୁ ବି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହିତ ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ କୁହାଯାଇଛି।

ରାଜ୍ୟରେ ଗତକାଲି ବିଭିନ୍ନ ଜିଲ୍ଲାରେ, ୩ମିମି, ୨ମିମି ଓ ୧ମିମି ବର୍ଷା ରେକର୍ଡ କରାଯାଇଛି। ବର୍ତ୍ତମାନ ଚାନ୍ଦାବ।ଲି ଓ ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୩୪ଡିଗ୍ରି ସେଲସିୟସ୍‌ ଥିବା ବେଳେ ସର୍ବନିମ୍ନ ୧୬.୦ ଡିଗ୍ରି ସେଲସିୟସ୍‌ ତାପମାତ୍ରା ସମ୍ବଲପୁରରେ ରହିଛି।

ସମ୍ବନ୍ଧିତ ଖବର