ସେପ୍ଟେମ୍ବର ୧୮ରେ ଘୂର୍ଣ୍ଣିବଳୟ: ୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
ସେପ୍ଟେମ୍ବର ୧୮ରେ ଘୂର୍ଣ୍ଣିବଳୟ: ୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟରେ ଉତ୍ତର ଓଡିଶା- ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ୧୮ ସେପ୍ଟେମ୍ବର (ରବିବାର) ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୧୮ ତାରିଖରୁ ବର୍ଷାର ବିସ୍ତୃତି ଓ ପରିମାଣରେ ବୃଦ୍ଧି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି।

publive-image

ଅନ୍ୟପକ୍ଷରେ ମୌସୁମୀ ନିମ୍ନ-ଚାପ ରେଖା ଆଜି (ବୁଧବାର) ନିଜର ସାଧାରଣ ଅବସ୍ଥାନ ଠାରୁ ସାମାନ୍ୟ ଦକ୍ଷିଣରେ ରହିବା ସହ ରାଜସ୍ଥାନର ଜସେଲମେରରୁ ବାହାରି କୋଟା, ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ ଅଞ୍ଚଳରେ ସୁଦୃଶଃ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ସତନା, ଚୁର୍କ, ରାଞ୍ଚି ଏବଂ ଦିଘା ଠାରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି।

୧୩ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ବୌଦ୍ଧ ଓ କଳାହାଣ୍ଡି ପ୍ରଭୃତି ୧୩ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୩ଟି ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

publive-image

ଟ୍ଵିନ୍‌ ସିଟି ପାଣିପାଗ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଟ୍ଵିନ୍‌ ସିଟି ଭୁବନେଶ୍ୱର ଓ କଟକରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି।
ଭୁବନେଶ୍ୱରର ଆକାଶ ମେଘାଛନ୍ନ ରହିବା ସହ ହାଲୁକା ବର୍ଷାର ସମ୍ଭାବନା ରହିଛି।

publive-image

ସେହିପରି କଟକର ଆକାଶ ମେଘାଛନ୍ନ ରହିବା ସହ ବିଜୁଳି, ଘଡ଼ଘଡ଼ି ସହ ଏକ, ଦୁଇ ଅସରାର ବର୍ଷା ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe