ବର୍ଷା ହେବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ; ୧୩ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଆଗାମୀ ୫ ତାରିଖରୁ ରାଜ୍ୟରେ ସାମାନ୍ୟ ବଷା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୫ ତାରିଖରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ଦିଆଯାଇଛି। ଖାଲି ସେତିକି ନୁହେଁ, ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୫ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ କେନ୍ଦୁଝର ଆଦି ୧୩ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଜାଣିବାକୁ ମିଳିଛି ଯେ , ୪ ତାରିଖ ଦିନ ରାଜ୍ୟର ପାଗ ଶୁଖିଲା ରହିବ । ୫ ତାରିଖ ଦିନ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧ ଜୁନ୍‌ରୁ ୨ ଅଗଷ୍ଟ ଯାଏ ରାଜ୍ୟରେ ସର୍ବମୋଟ ୫୧୬.୩ମିମି ବର୍ଷା ହୋଇଯାଇଛି । ଏହି ସମୟ ଅବଧି ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୫୭୨.୬ମିମି ବର୍ଷା ହୋଇଥାଏ। ଅର୍ଥାତ ଏବେ ରାଜ୍ୟରେ ମୋଟ୍ ୧୦% ନିଅଣ୍ଟ ବର୍ଷା ରେକର୍ଡ ହୋଇଥିଲେ ମଧ୍ୟ ଏହା ସ୍ବାଭାବିକ ପରିସରଭୁକ୍ତ ।

ସେହିପରି ଦେଶରେ କିନ୍ତୁ ବର୍ଷା ସ୍ବାଭାବିକ ରହିବ। ଦକ୍ଷିଣ ଭାରତର ଅଧିକାଂଶ ସ୍ଥାନରେ ସ୍ବାଭାବିକଠାରୁ ଅଧିକ ରହିବ। ପଶ୍ଚିମ-କେନ୍ଦ୍ରୀୟ ଭାରତ ଓ ଉତ୍ତର-ପଶ୍ଚିମ ଭାରତରେ ମଧ୍ୟ ଭଲ ବର୍ଷାର ସମ୍ଭାବନା ରହିଛି। ପଶ୍ଚିମ ଉପକୂଳ, ପୂର୍ବ-କେନ୍ଦ୍ରୀୟ, ପୂର୍ବ ଓ ଉତ୍ତରପୂର୍ବ ଭାରତରେ ବର୍ଷାର ପରିମାଣ କମ୍‌ ରହିବ।

ସମ୍ବନ୍ଧିତ ଖବର