କମୁଛି ଶୀତ, ଘନକୁହୁଡ଼ି ପାଇଁ ୬ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ

ଭୁବନେଶ୍ବର : ରାଜ୍ୟରେ ଏବେ ଶୀତର ପ୍ରକୋପ କମିବା ଆରମ୍ଭ ହୋଇଛି। ଆସନ୍ତା ୨ ଦିନରେ ରାତ୍ରି ତାପମାତ୍ରା ୩ ଡିଗ୍ରି ବଢ଼ିବାର ସମ୍ଭାବନା ରହିଛି। ଏହା ପରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ। ଆସନ୍ତାକାଲି ସକାଳେ କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୟାଗଡ଼ ଓ କଟକ ଆଦି ଜିଲ୍ଲାର କେତେକ ସ୍ଥାନ‌ରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୬ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଅପରପକ୍ଷେ ଆସନ୍ତା ୩ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। ୪ ତାରିଖ ଦିନ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

କେନ୍ଦ୍ର ପକ୍ଷରୁ କୁହାଯାଇଛି, ପଶ୍ଚିମା ଝଡ଼ ପ୍ରଭାବରେ ୩ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲା ଆଦି ଜିଲ୍ଲାର କିଛି କିଛି ସ୍ଥାନ‌ରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ‌ସେହିପରି ୪ ତାରିଖ ଦିନ ରାଜ୍ୟର କେତେକ ସ୍ଥାନରେ ବର୍ଷା ଓ କୁଆପଥର ବର୍ଷା ହୋଇପାରେ। କେନ୍ଦ୍ରର ସୂଚନାନୁଯାୟୂ, ୪ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାରେ କୁଆପଥର ବର୍ଷାର ସମ୍ଭାବନା ରହିଛି। ଏଣୁ ୩ ଓ ୪ ତାରିଖ ପାଇଁ ଉକ୍ତ ଜିଲ୍ଲାଗୁଡ଼ିକରେ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୨୪ଘଣ୍ଟାରେ ରାଜଧାନୀ ସମେତ ଆଖପାଖ ଅଞ୍ଚଳର ପାଗ ଶୁଖିଲା ରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୧ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରି ମଧ୍ୟରେ ରହିବ।

ସମ୍ବନ୍ଧିତ ଖବର