ପୁଲିସ ଡିଜି ଭାବେ ଦାୟିତ୍ବ ଗ୍ରହଣ କଲେ ଯୋଗେଶ ବାହାଦୂର ଖୁରାନିଆ

Advertisment
ପୁଲିସ ଡିଜି ଭାବେ ଦାୟିତ୍ବ ଗ୍ରହଣ କଲେ ଯୋଗେଶ ବାହାଦୂର ଖୁରାନିଆ

ଭୁବନେଶ୍ବର:  ୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୂର ଖୁରାନିଆ(ଓ୍ପାଇ ବି ଖୁରାନିଆ) ଓଡ଼ିଶାର ନୂଆ ପୁଲିସ ଡିଜି ଭାବେ ଆଜି ଅପରାହ୍‌ଣରେ ଦାୟିତ୍ବ ଗ୍ରହଣ କରିଛନ୍ତି। ରାଜ୍ୟ ପୁଲିସ ମୁଖ୍ୟାଳୟରେ ସେ ଡିଜିପି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି।

ସୂଚନାଯୋଗ୍ୟ, ଶ୍ରୀ ଖୁରାନିଆଙ୍କୁ ଡିଜିପି ଭାବେ ନିଯୁକ୍ତ କରିବାର ନେଇ ଆଜି ପୂର୍ବାହ୍‌ଣରେ ଜଣାପଡ଼ିଥିଲା। ଖୁରାନିଆଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ସେ ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବା ପରେ ଓ୍ପାଇ ବି ଖୁରାନିଆଙ୍କ ନାଆଁ ଚର୍ଚ୍ଚାକୁ ଆସିଥିଲା।

ଶ୍ରୀ ଖୁରାନିଆ ଭୁବନେଶ୍ୱର-କଟକ କମିସନରେଟ ପୁଲିସର କମିସନର ଭାବେ ମଧ୍ୟ ଦକ୍ଷତାର ସହ କାର୍ଯ୍ୟ କରିଥିଲେ। ସେ ପ୍ରାରମ୍ଭିକ ସମୟରେ ନୟାଗଡ଼, ରାଉରକେଲା, ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ପୁଲିସ ଏସପି ଭାବେ କାର୍ଯ୍ୟ କରିଥିଲେ ଏହାଛଡ଼ା ସେ ଉତ୍ତରାଞ୍ଚଳ ଓ ଦକ୍ଷିଣାଞ୍ଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ଏହା ପୂର୍ବରୁ ଶ୍ରୀ ଖୁରାନିଆ ବିଏସଏଫର ସ୍ପେଶାଲ୍ ଡିଜି ମଧ୍ୟ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe