ଭୁବନେଶ୍ବର: ରାଜ୍ୟରେ ଆଉ ଦୁଇଟି ପର୍ଯ୍ୟାୟ ନିର୍ବାଚନ ବାକି ରହିଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ୨୫ ତାରିଖରେ ହେବ। ରାଜ୍ୟର ୬ଟି ଲୋକସଭା ଓ ଏହା ଅଧୀନରେ ଆସୁଥିବା ୪୨ଟି ବିଧାନସଭା ଆସନରେ ମତଦାନ ହେବ। ଏଥିପାଇଁ ଗୁରୁବାର ପ୍ରଚାର ଅଭିଯାନ ଶେଷ ହେଉଛି।
Sambad is now on WhatsApp
Join and get latest news updates delivered to you via WhatsApp
ଏହି ମର୍ମରେ ବିଜେପିର ଫାୟାର ବ୍ରାଣ୍ଡ ନେତାଙ୍କ ତୁଫାନୀ ପ୍ରଚାର ଜାରି ରହିଛି । ଗୁରୁବାର ବିଜେପିର ୩ ଜଣ ହେଭିୱେଟ ଓଡ଼ିଶା ଆସୁଛନ୍ତି । ସେମାନେ ବିଭିନ୍ନ ସ୍ଥାନରେ ପ୍ରଚାର କରିବେ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ,ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓଡ଼ିଶା ଗସ୍ତ କରୁଛନ୍ତି। ଯୋଗୀ ଆଦିତ୍ୟନାଥ ମାହାଙ୍ଗାରେ ଜନସଭାକୁ ସମ୍ବୋଧିତ କରିବେ ।
ବିଜେପି ପ୍ରାର୍ଥୀ ସୁମନ୍ତ ଘଡ଼ାଇଙ୍କ ପାଇଁ ପ୍ରଚାର କରିବେ । ଯୋଗୀଙ୍କ ସଭା ପାଇଁ ନିଶ୍ଚିନ୍ତକୋଇଲି ବ୍ଲକ କୁଳିଆ ପଡ଼ିଆରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସେହିପରି ଜେପି ନଡ୍ଡା କରଞ୍ଜିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସମ୍ବଲପୁର, ଦେବଗଡ଼, ଚମ୍ପୁଆ ଓ ବଡ଼ମ୍ବାରେ ପ୍ରଚାର କରିବେ ।