ମୋବାଇଲ ଚାର୍ଜ ବେଳେ ଅଘଟଣ; ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ

କାଜୁ ଜଙ୍ଗଲରୁ ଯୁବକଙ୍କ ଗଳିତ ଶବ ଜବତ: ପରିବାର ଆଣିଲା ହତ୍ୟା ଅଭିଯୋଗ

Shutterstock

ନୂଆପଡ଼ା: କୋମନା ବ୍ଲକ୍‌ ସିହିନାମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୋବାଇଲ ଚାର୍ଜ ବେଳେ ଏହି ଅଘଟଣ ହୋଇଛି।
ସୂଚନା ଅନୁସାରେ, କୋମନା ଥାନା କରଙ୍ଗାଭଟା ଗ୍ରାମର ମୁକେଶ କଟା (୨୦) ସିହିନାମୁଣ୍ଡା ଗ୍ରାମର ଜଣେ ସମ୍ପର୍କୀୟଙ୍କ ଘରକୁ ଯାଇଥିଲେ। ତାଙ୍କ ଘରେ ମୋବାଇଲ ଚାର୍ଜ କରୁଥିବା ବେଳେ ବିଦ୍ୟୁତ ଆଘାତରେ ଗୁରୁତର ହୋଇଥିଲେ। ତାଙ୍କୁ ତୁରନ୍ତ ନୂଆପଡ଼ା ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ନୂଆପଡ଼ା ପୁଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏଥିସହ ଏକ ମାମଲା ରୁଜୁ କରି ପୁଲିସ ତଦନ୍ତ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe